
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଛନ୍ତି। ସେ ଏବେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।ପ୍ରଧାନମନ୍ତ୍ରୀ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ମୋଦି, ନବୀନଙ୍କୁ ପର୍ଯ୍ୟାପ୍ତ ବିଶ୍ରାମ ନେବାକୁ ପରାମର୍ଶ ଦେଇଥିଲେ ଏବଂ ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ଦିଲ୍ଲୀରେ ତାଙ୍କୁ ଭେଟିବାକୁ ଇଚ୍ଛା ପ୍ରକାଶ କରିଛନ୍ତି।
ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ଅଗଷ୍ଟ ୧୭ରେ ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଚିକିତ୍ସାଧୀନ ଅଛନ୍ତି। ସେ ଡିହାଇଡ୍ରେସନ ଯୋଗୁ ହସ୍ପିଟାଲରେ ଭର୍ତି ହୋଇଥିଲେ। ତେବେ ନିକଟରେ ହସ୍ପିଟାଲ ପକ୍ଷରୁ କୁହାଯାଇଥିଲା ଯେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଅଛି ଏବଂ ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି ପରିଲକ୍ଷିତ ହେଉଛି।