ଆସୁଛି ଆଉ ୨ଟି ଲଘୁଚାପ, ସେପ୍ଟେମ୍ବର ୫ ଯାଏ ବର୍ଷାରୁ ତ୍ରାହି ନାହିଁ ।

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି । ଆଗକୁ ବଙ୍ଗୋପସାଗରରେ ଆଉ ୨ଟି ଲଘୁଚାପ ସୃଷ୍ଟିହେବା ସମ୍ଭାବନା ଥିବାରୁ ପ୍ରବଳ ବର୍ଷା ହୋଇପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଆସନ୍ତା ୩ ରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟିହେବ। ଏହାର ପ୍ରଭାବରେ ରବିବାର ତଥା ଆଜିଠାରୁ ରାଜ୍ୟରେ ପୁଣି ବର୍ଷା ବଢ଼ିବ ।

ଆଜି ସାରା ରାଜ୍ୟ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି ମଧ୍ୟ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟ ସବୁ ଜିଲ୍ଲାରେ ମଧ୍ୟ ବର୍ଷା ହେବାର ଆଶଙ୍କା କରିଛି ପାଣିପାଗ କେନ୍ଦ୍ର ।

Leave a Reply

Your email address will not be published. Required fields are marked *