ଭୁବନେଶ୍ୱର: ଆସନ୍ତା ୨୩ ତାରିଖରେ ବିଧାନସଭା ଘେରାଉ କରିବ ବିଜେଡି। ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରିବା ଓ ହଡପ କରିବା ଅଭିଯୋଗରେ ଆସନ୍ତା ୨୩ ତାରିଖରେ ବିଧାନସଭା ଘେରାଉ କରିବ ବିଜେଡି। ଏଥିରେ ସରପଞ୍ଚ, ୱାର୍ଡମେମ୍ବର, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଦସ୍ୟ, ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଗ୍ରାମର ମୁଖିଆ ତଥା ଅନ୍ୟ ଜନ ପ୍ରତିନିଧି ସାମିଲ ହେବେ। ସାମ୍ବାଦିକ ସମ୍ମିଳନୀରେ ଏହି ଘୋଷଣା କରିଛି ବିଜେଡି।
ସାମ୍ବାଦିକ ସମ୍ମିଳନୀରେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର, ବିଧାୟକ ଅରୁଣ ସାହୁ ଓ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଉପସ୍ଥିତ ରହି ବିଜେପିକୁ ଟାର୍ଗେଟ କରିଛନ୍ତି। ଗଣତନ୍ତ୍ରକୁ ହତ୍ୟା କରି କର୍ମୀ ପୋଷିବା ଯୋଜନା ବନ୍ଦ କରିବାକୁ ଚେତାବନୀ ଦେଇଛି ବିଜେଡି। ୧୪ ମାସର ସରକାରରେ ପଂଚାୟତକୁ ୨୮ ସରକୁଳାର ଜାରି ହୋଇଥିବା ଅଭିଯୋଗ। କର୍ମୀଙ୍କୁ ସୁହାଇଲା ଭଳି ସରକାର ଜାରି କରିଛନ୍ତି ସରକୁଲାର। ଯେମିତି କର୍ମୀମାନେ ଗୁଣ୍ଡାରାଜ, ଦାଦାବଟି ଓ ପିସି ଆଦାୟ କରିବେ ସେଥିପାଇଁ ବ୍ୟବସ୍ଥା କରୁଛନ୍ତି ସରକାର ବୋଲି ବଡ଼ ଅଭିଯୋଗ ଆଣିଛି ବିଜେଡି।