DANDAKARANYA MEDIA (OPC) PRIVATE LTD.

ଆହୁରି ୩ ଦିନ କଲବଲ କରିବ ତାତି, ତିନି ଜିଲ୍ଲାକୁ ରେଡ୍ ୱାର୍ଣିଂ, ଉପକୂଳରେ ହେବ ଗୁଳୁଗୁଳି

ଆହୁରି ୩ ଦିନ କଲବଲ କରିବ ତାତି । ଆସନ୍ତା ୩ ଦିନ ପାଇଁ ୩ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ସମ୍ବଲପୁର, ବଲାଙ୍ଗିର, ବୌଦ୍ଧକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି ହୋଇଛି । ସେହିପରି, ଝାରସୁଗୁଡ଼ା, ନୂଆପଡ଼ା, କଳାହାଣ୍ଡି, ବରଗଡ଼ ଓ ସୋନପୁରକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

ପ୍ରଚଣ୍ଡ ଖରା ନେଇ ପାଣିପାଗ କେନ୍ଦ୍ରର ରେଡ୍ ୱର୍ଣିଂ ଜାରି

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ୨୬ ଜିଲ୍ଲାରେ ପ୍ରଚଣ୍ଡ ଖରା, ଗରମ ସହ ଉପକୂଳରେ ଗୁଳୁଗୁଳିର ଚେତାବନୀ ରହିଛି । ସକାଳେ ପ୍ରଚଣ୍ଡ ଖରା ଆଉ ଅପରାହ୍ନରେ କାଳବୈଶାଖୀର ସମ୍ଭାବନା ଥିବାବେଳେ ଆସନ୍ତା ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଅନୁଗୁଳ, ଭଦ୍ରକ, ଯାଜପୁର, ବାଲେଶ୍ୱର, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଏହି ୨୧ ଜିଲ୍ଲାରେ ବିଜୁଳି ଘଡଘଡି ସହ ୪୦ ରୁ ୬୦ କି.ମି. ଝଟକା ପବନ ବହିବାର ସମ୍ଭାବନାକୁ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ମଙ୍ଗଳବାର ସମାନ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

Leave a Reply

Your email address will not be published. Required fields are marked *