DANDAKARANYA MEDIA (OPC) PRIVATE LTD.

ପୁଣି ଏକ ଲଘୁଚାପ ! ସେପ୍ଟେମ୍ବର ୫ ଯାଏଁ ଭିଜିବ ଓଡ଼ିଶା

Dnk Live News- ଆଉ ଏକ ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଜାରି ରହିଛି। ଆଜି ମଧ୍ୟ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

IMD ଅନୁଯାୟୀ, ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଉପକୂଳ ଓଡ଼ିଶା, ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ସ୍ପଷ୍ଟ ଭାବରେ ଚିହ୍ନଟ ହୋଇଛି ଲଘୁଚାପ କ୍ଷେତ୍ର । ଯାହା ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡରେ ପଶ୍ଚିମ-ଉତ୍ତର ପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ଅଛି ।

ବୁଧବାର ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଏହି ତିନୋଟି ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଏବଂ ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଏହି ୮ଟି ଜିଲ୍ଲା ପାଇଁ ହଳଦିଆ ସତର୍କତା ଜାରି କରାଯାଇଛି।

ବିଭାଗର ସୂଚନା ଅନୁଯାୟୀ, ଏହି ପ୍ରଣାଳୀ ଯୋଗୁଁ ସେପ୍ଟେମ୍ବର ୫ ତାରିଖ ପର୍ଯ୍ୟନ୍ତ କିଛି ସ୍ଥାନରେ ବର୍ଷା ଜାରି ରହିବ।

Leave a Reply

Your email address will not be published. Required fields are marked *