କର୍ତ୍ତବ୍ୟପଥରେ ତ୍ରିରଙ୍ଗା ଉଡ଼ାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

DNK LIVE NEWS- ଦେଶ ପାଳୁଛି ୭୭ତମ ଗଣତନ୍ତ୍ର ଦିବସ । ଏହି ଅବସରରେ ଦିଲ୍ଲୀର କର୍ତ୍ତବ୍ୟପଥରେ ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଅଛନ୍ତି । ଚଳିତବର୍ଷ ଗଣତନ୍ତ୍ର ଦିବସର ମୁଖ୍ୟ ଅତିଥ ୟୁରୋପୀୟ କାଉନସିଲ ଅଧ୍ୟକ୍ଷ ଆଣ୍ଟୋନିଓ କୋଷ୍ଟା ଓ ୟୁରୋପୀୟ କମିଶନ ଅଧ୍ୟକ୍ଷ ଉର୍ସୁଲା ଭନ୍ ଡେର୍ ଲିୟେନଙ୍କ ସମେତ ଅନ୍ୟ ମାନ୍ୟଗଣ୍ୟ ଅତିଥି ଭାବେ ଯୋଗଦେଇଛନ୍ତି ।

 

Leave a Reply

Your email address will not be published. Required fields are marked *